Breaking PLUSଓଡ଼ିଶାମୁଖ୍ୟ ଖବର

ସେପ୍ଟେମ୍ବରରେ ପଛକୁ ପଛ ଲଘୁଚାପ

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଶନିବାର ସୃଷ୍ଟି ହେବାକୁ ଯାଉଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ତାହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୫ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ଅନ୍ୟପଟେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ରହିବ।

୪ତାରିଖ ବେଳକୁ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ଦୁଇଦିନ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ରହିବା ପରେ ପୁଣି ଉତ୍ତର ଆଡ଼କୁ ଗତି କରିବ।

ଫଳରେ ରାଜ୍ୟରେ ୨ରୁ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ୨ ଓ ୩ରେ ଉପକୂଳ ଏବଂ ୫ ଓ ୬ତାରିଖରେ ଉତ୍ତର ଆଭ୍ୟନ୍ତରୀଣରେ ଭୀଷଣ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦ୍ବିତୀୟ ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ତାହା ମଧ୍ୟ ଓଡ଼ିଶାରେ ଭଲ ବର୍ଷିବା ସମ୍ଭାବନା ରହିଛି ।

Show More

Related Articles

Back to top button