Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଲଘୁଚାପ ସକ୍ରିୟ, ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ଲଘୁଚାପ ପ୍ରଭାବରେ ରାଜ୍ୟର ତିନୋଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ପକ୍ଷରୁ ଜାରି କରାଯାଇଥିବା ସୂଚନାରେ କୋରାପୁଟ,ନବରଙ୍ଗପୁର ଏବଂ ମାଲକାନଗିରିରେ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ମଙ୍ଗଳବାର ଏହି ଅଞ୍ଚଳର ବାସିନ୍ଦା ଅତି ପ୍ରବଳ ବର୍ଷାକୁ ସମ୍ଭାବନା ଯୋଗୁଁ ସତର୍କ ରହିବା ପାଇଁ କୁହାଯାଇଛି ।

୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବସୂଚନା ଜାରି କରାଯାଇିଛି । ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ସୋନପୁର, ରାୟଗଡା, କନ୍ଧମାଳ, ବୌଦ୍ଧ, ନୂଆପଡା, ବଲାଙ୍ଗୀର ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଆଉ କିଛି ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ ଅଗଷ୍ଟରେ ଦେଖାଯାଇଥିବା ନିଅଣ୍ଟିଆ ବର୍ଷା ଭରଣା ହୋଇପାରେ ବୋଲି ଆଶା କରାଯାଉଛି ।

Show More

Related Articles

Back to top button