Breaking PLUSଓଡ଼ିଶାମୁଖ୍ୟ ଖବର

4 ତାରିଖ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ଏବଂ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୪ ତାରିଖ ଯାଏଁ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଓ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ପାଇଁ ୧୧ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅଧିକ ଘନୀଭୂତ ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ମୁହାଁଇବ। ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, କଟକ ଏବଂ ବାଲେଶ୍ବର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ସୋରରେ ସର୍ବାଧିକ ୧୧୩ ମି.ମି., ଘସିପୁର ଓ ବାଣପୁରରେ ୯୫ ମି.ମି. ଲେଖାଏଁ, ଭୁବନ, ବୁର୍ଲା ଓ ରଣପୁରରେ ୮୦ ମି.ମି. ଲେଖାଏଁ, ବରି, ପଟ୍ଟାମୁଣ୍ଡାଇ,ଉଦଳା, ବାରପଦା ଓ ଆନନ୍ଦପୁରରେ ୭୦ ମି.ମିରୁ ଅଧିକ ବର୍ଷା ହୋଇଛି।

Show More

Related Articles

Back to top button