Breaking PLUSଓଡ଼ିଶାମୁଖ୍ୟ ଖବର
ଅବପାତର ରୂପ ନେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ ହୋଇଥିବା ସୂଚନା ମିଳିଛି । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପାରାଦ୍ୱୀପ ଠାରୁ ୧୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ପାଗ କୋହଲା ରହିଥିବା ବେଳେ କିଛି ଜିଲାରେ ବର୍ଷା ହୋଇଛି ।