ଓଡ଼ିଶାପାଣିପାଗ

ଘୂର୍ଣ୍ଣିବଳୟରେ ପରିଣତ ହେଲା ଲଘୁଚାପ,୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଘୂର୍ଣ୍ଣିବଳୟରେ ପରିଣତ ହେଲା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଗତକାଲି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଜିଠୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ , ସୃଷ୍ଟ ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜିଠୁ ୩ ଦିନ ଧରି  ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛନ୍ତି ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ।

ସେହିପରି ୯ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଶ୍ରୀ ଦାସ ସତର୍କ କରାଇ ଦେଇଛନ୍ତି । ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି ଓ ନବରଙ୍ଗପୁର । ସେସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବ ବୋଲି ସେ କହିଛନ୍ତି ।

୧୦ ତାରିଖ ରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅନ୍ୟ କେତେକ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

 

Show More

Related Articles

Back to top button