ଓଡ଼ିଶାପାଣିପାଗମୁଖ୍ୟ ଖବର

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବ ଲଘୁଚାପ

ଭୁବନେଶ୍ୱର : ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ଏହା ଭବାନୀପାଟଣା ଠାରୁ ପଶ୍ଚିମ -ଉତ୍ତର-ପଶ୍ଚିମ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଏହା ଧୀରେ ଧୀରେ ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୩ ତାରିଖ ଯାଏ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ମନା କରାଯାଇଛି। ଆଜି ବି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଦେଇ ପ୍ରବାହିତ ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ମଥାନୀ ନିକଟରେ ବିପଦ ସଂକେତ ଉପରେ ପାଣି ପ୍ରବାହିତ ହେଉଛି। ବିପଦ ସଂକେତ ୫. ୫୦ ମିଟର ଥିବା ବେଳେ ଜଳସ୍ତର ୬.୨୯ ମିଟର ରହିଛି। ଅନ୍ୟପକ୍ଷରେ ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ନଇକୂଳିଆ ଲୋକେ ଭୟଭିତ ଅବସ୍ଥାରେ ରହିଛନ୍ତି।

Show More

Related Articles

Back to top button