ଓଡ଼ିଶାମୁଖ୍ୟ ଖବର

ମା’ ବିମଳାଙ୍କ ପୀଠରେ ବୁଧବାରଠାରୁ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ

ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ବିମଳାଙ୍କ ପୀଠରେ ବୁଧବାରଠାରୁ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା।

ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯିବ । ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ ନଡ଼ିଆ ବ୍ରାହ୍ମଣମାନଙ୍କୁ ଦେଇ ବରଣ କରିବେ । ମା’ ବିମଳାଙ୍କ ପୀଠ ନିମନ୍ତେ ପୂଜକ, ଜଣେ ପରିଚ୍ଛା, ଚଣ୍ଡୀପାଠ, ମନ୍ତ୍ରଯାପକ, ସହସ୍ରନାମ ପାଠକଙ୍କୁ ବରଣ କରାଯିବ।

ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା’ ଭୁବନେଶ୍ବରୀ, ମା’ ବାଟମଙ୍ଗଳା ଓ ମା’ ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେବେ। ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଆଲମଚଣ୍ଡୀ ଓ କପିଳେଶ୍ବର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ, ଚଣ୍ଡୀପାଠକମାନଙ୍କୁ ମଧ୍ୟ ବୁଧବାର ବରଣ କରାଯିବାର ପରମ୍ପରା ରହିଛି।

Show More

Related Articles

Back to top button