Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ମହାବିଷୁବ ପଣା ସଂକ୍ରାନ୍ତି

ଭୁବନେଶ୍ୱର- ଆଜି ହେଉଛି ମହାବିଷୁବ ପଣା ସଂକ୍ରାନ୍ତି । ଓଡିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଛି। ଏହା ସାଧାରଣତଃ ଅପ୍ରେଲ ୧୪ ତାରିଖରେ ପଡ଼େ। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମ ଋତୁ ଆରମ୍ଭ ହୁଏ। ସେହି ଦିନକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଉଛି। ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କୁ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଏ। ଏହି ସମୟରେ ସୂର୍ଯ୍ୟଙ୍କ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ହୁଏ। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

Show More

Related Articles

Back to top button