Breaking PLUSଆଇନ କାନୁନଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଆଇପିଏସ୍ ସ୍ତରରେ ବଡ ଧରଣର ଅଦଳବଦଳ

କଟକ ଡିସିପି ଥିବା ପ୍ରତୀକ ସିଂହଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତ କରାଯାଇଛି।

ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । କଟକ ଡିସିପି ଥିବା ପ୍ରତୀକ ସିଂହଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତ କରାଯାଇଛି।ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କୁ କଟକ ଡିସିପି ଭାବେ ବଦଳି କରାଯାଇଛି। ଭୁବନେଶ୍ୱର ଡିସିପି ଥିବା ଉମାଶଙ୍କର ଦାଶଙ୍କୁ ଟ୍ୱିନ୍‌ ସିଟିର ଅତିରିକ୍ତ ପୁଲିସ୍ କମିଶନର (ଏସିପି) ଭାବେ ନୂଆ ଦାୟିତ୍ୱ ଦିଆଯାଇଛି। ସ୍ପେଶାଲ ଡିଜି ମନୋଜ ଛାବ୍ରାଙ୍କୁ ଜେଲ୍ ବିଭାଗ ଡିଜି ଭାବେ ବଦଳି କରାଯାଇଛି। ଜେଲ୍ ବିଭାଗ ଡିଜି ସନ୍ତୋଷ କୁମାର ଉପାଧ୍ୟାୟଙ୍କୁ ଅଗ୍ନିଶମ ସେବା ଓ ହୋମ୍‌ ଗାର୍ଡସ ଡିଜି ଭାବେ ନୂଆ ନିଯୁକ୍ତି ଦିଆଯାଇଛି। କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି ସଞ୍ଜୀବ କୁମାର ପଣ୍ଡାଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏବେ ପରିବହନ କମିଶନର ଥିବା ଅରୁଣ ବୋଥ୍ରାଙ୍କୁ କ୍ରାଇମବ୍ରାଞ୍ଚ ଅତିରିକ୍ତ ଡିଜି (ଏଡିଜି) ଭାବେ ନୂଆ ନିଯୁକ୍ତି ମିଳିଛି। ତେବେ ପରିବହନ କମିଶନର ଭାବେ ସେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ଟ୍ୱିନ୍ ସିଟି ଅତିରିକ୍ତ ପୁଲିସ୍ କମିଶନର ଥିବା ନିତି ଶେଖରଙ୍କୁ ପଶ୍ଚିମାଞ୍ଚଳ ରେଞ୍ଜ ଡିଆଇଜି ଭାବେ ରାଉରକେଲାକୁ ବଦଳି କରାଯାଇଛି। ସେହିପରି ଅନେକ ଜିଲ୍ଲାର ଏସ୍‌ପିମାନଙ୍କୁ ବଦଳି କରାଯାଇଛି। ନବରଙ୍ଗପୁର ଏସ୍‌ପି ଥିବା ପରମାର ସ୍ମିତ ପରଷୋତ୍ତମଦାସଙ୍କୁ ବରଗଡ଼ ଏସ୍‌ପି ଭାବେ ବଦଳି କରାଯାଇଛି । ଏବେ ବରଗଡ଼ ଏସ୍‌ପି ଥିବା ରାହୁଲ ଜୈନଙ୍କୁ ଝାରସୁଗୁଡ଼ା ଏସ୍‌ପି ଭାବେ ନୂଆ ଦାୟିତ୍ୱ ମିଳିଛି।

 

Show More

Related Articles

Back to top button