ଦେଶ ବିଦେଶମୁଖ୍ୟ ଖବର

ଭବାନୀପୁର ଉପ-ନିର୍ବାଚନରେ ମମତା ବାନାର୍ଜୀଙ୍କ ଦମଦାର ବିଜୟ

ବାଜି ମାରିଲେ ମମତା ବାନାର୍ଜୀ । ମୁଖ୍ୟମନ୍ତ୍ରୀ ଆସନ ପକ୍କା କଲେ ଦିଦି । ଭବାନୀପୁର ଉପ-ନିର୍ବାଚନରେ ବିଜେପି ପ୍ରାର୍ଥୀ ପ୍ରିୟଙ୍କା ଟିବ୍ରେୱାଲଙ୍କୁ ୫୮ ହଜାରରୁ ଅଧିକ ଭୋଟରେ ମାତ୍ ଦେଇଛନ୍ତି ମମତା । ଭବାନୀପୁରବାସୀଙ୍କ ଭରସାର ଭୋଟ ପାଇଁ ମମତା କେବଳ ଏହି ନିର୍ବାଚନ ଜିତିନାହାନ୍ତି ବରଂ ନିଜ ରେକର୍ଡ ଭାଙ୍ଗିଛନ୍ତି । ୨୧ ରାଉଣ୍ଡର ଗଣତି ପରେ ବିଜୟୀ ହୋଇଛନ୍ତି ମମତା । ମମତାଙ୍କ ଏତେ ବଡ ବିଜୟ ପରେ ପଶ୍ଚିମବଙ୍ଗରେ ଟିଏମସି କର୍ମୀମାନେ ଖୁସି ଉତ୍ସବ ପାଳନ କରୁଛନ୍ତି ।

ଗତ ୩୦ ତାରିଖରେ ଭବାନୀପୁର ଉପ-ନିର୍ବାଚନ ପାଇଁ ମତଦାନ ହୋଇଥିଲା । ଆଉ ଏହି ଉପ-ନିର୍ବାଚନରେ ମମତା ନିଜର ରାଜନୈତିକ ଭାଗ୍ୟ ପରୀକ୍ଷା କରିଥିଲେ । ମମତାଙ୍କ ପାଇଁ ଏହି ନିର୍ବାଚନ ବେଶ ଗୁରୁତ୍ୱପୂର୍ଣ୍ଣ ଥିଲା । କାରଣ ନିର୍ବାଚନର ଫଳାଫଳ ମମତାଙ୍କ ସପକ୍ଷରେ ନ ଯାଇଥିଲେ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିଥାନ୍ତା । କାରଣ ନିୟମ ଅନୁଯାୟୀ, କୌଣସି ବ୍ୟକ୍ତି ବିଧାନସଭାର ସଦସ୍ୟ ନଥାଇ ଯଦି ମୁଖ୍ୟମନ୍ତ୍ରୀ ହୋଇଥାନ୍ତି ତେବେ ତାଙ୍କୁ ୬ ମାସ ମଧ୍ୟରେ ବିଧାନସଭାକୁ ନିର୍ବାଚିତ ହେବାକୁ ପଡିଥାଏ । ନଚେତ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିଥାଏ । ଯେହେତୁ ମମତା ନନ୍ଦୀଗ୍ରାମ ଆସନରୁ ପରାଜିତ ହେବା ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ରହିଛନ୍ତି ତେଣୁ ଭବାନୀପୁର ଆସନରେ ବିଜୟୀ ହେବା ତାଙ୍କ ପାଇଁ ଜରୁରୀ ହୋଇ ପଡିଥିଲା ।

Show More

Related Articles

Back to top button