Breaking PLUSଓଡ଼ିଶାମୁଖ୍ୟ ଖବର

ହାଇକୋର୍ଟରେ ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

ଆଜି ହାଇକୋର୍ଟରେ ମମିତା ମେହେର ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କରିଛନ୍ତି ରାଜ୍ୟ ସରକାର । ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛନ୍ତି । ଆସନ୍ତା ୨୩ ତାରିଖରେ ମମିତା ହତ୍ୟା ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ସୂଚନାନୁସାରେ, ମମିତାଙ୍କ ପରିବାର ଲୋକେ ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ୍‌ କୋର୍ଟରେ ବିଚାର ପାଇଁ ଆବେଦନ କରିଥିଲେ ।ଗୃହ ସଚିବ, ଡିଜିପି, ବଲାଙ୍ଗୀର ଜିଲାପାଳ ଓ ଏସ୍‌ପିଙ୍କୁ ପକ୍ଷଭୁକ୍ତ ପାଇଁ ଆବେଦନ କରାଯାଇଥିଲା ।

ଲମ୍ବା ସମୟ ଧରି ତଦନ୍ତ ହେବା ଦ୍ୱାରା ମାନସିକ ଚାପରେ ପରିବାର ଲୋକେ ଥିବା କୋର୍ଟରେ ଦର୍ଶାଇଥିଲେ । ତେଣୁ ତ୍ୱରିତ ଶୁଣାଣି ଓ ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ଅପିଲ କରିଥିଲେ । ତେବେ ରାଜ୍ୟ ସରକାର ଆଜି ଏହି ମାମଲାର ଷ୍ଟାଟସ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଛନ୍ତି ।

Show More

Related Articles

Back to top button