ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟଜୀବନଚର୍ଯ୍ୟାପୂଜା ପାର୍ବଣ

ମାଟିର ପର୍ବ ରଜରେ ଉତ୍କଳ ପ୍ରହରୀ ପରିବାର ପକ୍ଷରୁ ଓଡିଶାବାସୀଙ୍କୁ ଅନେକ ଅନେକ ଅଭିନନ୍ଦନ

କଥାରେ ଅଛି ଓଡିଶା ମାଟିରେ ବାରମାସରେ ତେର ପର୍ବ ପାଳନ କରାଯାଇଥାଏ । ତନ୍ମଧ୍ୟରୁ ରଜପର୍ବ ଅନ୍ୟତମ । ରଜ ଓଡିଶାର ଏକ ପାରମ୍ପାରିକ ବା ଗଣ ପର୍ବ । ମାଟି ଓ ମୌସୁମିର ମିଳନରେ ପାଳନ ହୋଇଥାଏ ରଜ ପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।

ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ , ତାସ୍ , ବାଗୁଡି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।

ରଜଗୀତ ଏହି ପର୍ବରେ ବୋଲା ଯାଉଥିବା ଜଣାଶୁଣା ଗୀତ ଯାହା ଆଗେ ଗାଆଁଗହଳିରେ ଜନ୍ମ ନେଇଥିଲା । ଲୋକ ମୁଖରେ ବୋଲାଯାଉଥିବା ଏହି ଗୀତ ପରେ ବିଭିନ୍ନ ସମୟରେ ଲିପିବଦ୍ଧ ହୋଇଥିଲା । ମୁଦ୍ରିତ ପୁରାତନ ପ୍ରକାଶନଗୁଡ଼ିକ ଭିତରୁ ମଧ୍ୟରୁ ୧୯୪୯ ମସିହାରେ ପ୍ରକାଶିତ ପହିଲି ରଜ ଓ ୧୯୫୨ ମସିହାରେ ପ୍ରକାଶିତ ମାଗୁଣୀ ମହାପାତ୍ରଙ୍କ ରେକର୍ଡ ରଜଦୋଳି ଗୀତ ଅନ୍ୟତମ । ପୂରା ଗୀତର ପ୍ରଥମ ପଙ୍‌କ୍ତି ଜଣାଶୁଣା: “ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ ” ।

Raja (festival) - Wikipedia

 

  • ପାନ: ରଜରେ ପାନଖିଆ ଏକ ପୁରୁଣା ଓଡିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ’ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରିଥାନ୍ତି । ରଜପାନରେ ଗୁଆ,ଅଳେଇଚ, ଗୁଜୁରାତି, ଭଜା ଧନିଆ, ଚାଉଳ ଓ ନଡିଆ ଖଣ୍ଡ, ଚେରି, ଲବଙ୍ଗ,ପାନମଧୁରୀ, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ । ଏହାକୁ ବିଭିନ୍ନ ଢଙ୍ଗରେ ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ । ସେହିପରି ରଜରେ ଧରଣୀମାତାଙ୍କୁ ବିଶ୍ରାମ ଦିଆଯାଉଥିବାରୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ, ଯାହା ସହଜରେ ନଷ୍ଟ ହୁଏ ନାହିଁ ଏବଂ ଅଧିକ ଦିନ ରହିଥାଏ । ଭାତ ବଦଳରେ ଫଳମୂଳ ଓ ବିଭିନ୍ନ ପ୍ରକାର ପିଠାପଣା ଏକାଠି ଖାଇ ସମସ୍ତେ ମଜା କରିଥାନ୍ତି ।
  • How to celebrate Raja festival in Odisha - Knowledge Sharing

 

 

Show More

Related Articles

Back to top button