Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜିଠୁ ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ଏବଂ ମୁକ୍ତ ବିଦ୍ୟାଳୟ ପରୀକ୍ଷା

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ଏବଂ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି ବୋଲି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ପରୀକ୍ଷା ସମୟରେ କୋଭିଡ୍ ଗାଇଡ୍ ଲାଇନ୍ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି ।

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ଏବଂ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି ବୋଲି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ପରୀକ୍ଷା ସମୟରେ କୋଭିଡ୍ ଗାଇଡ୍ ଲାଇନ୍ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି ।

ବିଭିନ୍ନ ଜିଲ୍ଲାରୁ ୨୨ ହଜାର ୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଏବଂ ୧୨ ହଜାର ୯୩୯ ଜଣ ଛାତ୍ରଛାତ୍ରୀ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି । ଉଭୟ ପରୀକ୍ଷା ଆସନ୍ତା ୨୪ ତାରିଖ ଯାଏଁ ଚାଲିବ ।

ମାଟ୍ରିକ ସପ୍ଲିମେଣ୍ଟାରୀ ପାଇଁ ୧୫୩ଟି ପରୀକ୍ଷା କେନ୍ଦ୍ର ଓ ୧୩ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବା ବେଳେ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପାଇଁ ୮୮ଟି ପରୀକ୍ଷା କେନ୍ଦ୍ର ଓ ୭ଟି ମୂଲ୍ୟାୟନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।

ସେହିପରି ଏଥର ୧୦୦ ପରିବର୍ତ୍ତେ ୮୦ ନମ୍ବରରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ଓ ୫୦ ନମ୍ବରର ସଂଷିପ୍ତ ଉତ୍ତର ପାଇଁ ପିଲା ଓଏମ୍‌ଆର ସିଟ୍ ପୂରଣ କରିବେ ।

Show More

Related Articles

Back to top button