Breaking PLUSଓଡ଼ିଶାଜୀବନଚର୍ଯ୍ୟାଦେଶମୁଖ୍ୟ ଖବରଶିକ୍ଷା

ଜୁଲାଇ ପହିଲାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ ଖବର । ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ରେଜଲ୍ଟ । ଏନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି । ମାଟ୍ରିକ ପିଲାଙ୍କ ରେଜଲ୍ଟକୁ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨୯ରୁ ଆରମ୍ଭ ହୋଇ ମେ ୧୦ ତାରିଖ ଯାଏଁ ଚାଲିଥିଲା ମାଟ୍ରିକ୍ ପରୀକ୍ଷା ।ଚଳିତବର୍ଷ ୫ଲକ୍ଷ ୩୮ ହଜାର ପିଲା ପରୀକ୍ଷା ଦେଇଛନ୍ତି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ ।  ତେବେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିବା ନେଇ ବିବାଦ ଦେଖାଦେଇଥିଲା । ଏହାର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛି ଗଣଶିକ୍ଷା ବିଭାଗ ।

Show More

Related Articles

Back to top button