ଦେଶସ୍ୱାସ୍ଥ୍ୟ

ଦେଶରେ ହ୍ରାସ ପାଇଲା ସାମାନ୍ୟ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୨୭୫ ନୂତନ ସଂକ୍ରମଣ ଚିହ୍ନଟ

ଆଜି ଦେଶରେ ହ୍ରାସ ପାଇଲା ସାମାନ୍ୟ ସଂକ୍ରମଣ । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି କିଛି ହ୍ରାସ ପାଇ ଥିଲେ ବି ୫ ହଜାର ତଳେ ରହିଛି । ୨୪ ଘଣ୍ଟା ମଧ୍ୟରେ ୨୭୫ ନୂତନ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସେହିପରି ୨ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।  ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୯୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୨,୬୩୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୨୧ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ଜଣକର ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୭,୬୧୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୬୭୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Show More

Related Articles

Back to top button