ଓଡ଼ିଶାମୁଖ୍ୟ ଖବର

ଦାନା ବାନ୍ଧୁଛି ଲଘୁଚାପ

୩ ଦିନ ଯାଏଁ ବର୍ଷିବ : ଦକ୍ଷିଣରେ ବେଶୀ

ଦାନା ବାନ୍ଧୁଛି ଲଘୁଚାପ । ଉତ୍ତର ପୂର୍ବ ଓ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓ ନିକଟବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ବଢ଼ିବ ବର୍ଷା । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ରବିବାର ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହୋଇପାରେ ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।ସୋମବାର (୬ ତାରିଖ) ବର୍ଷା ପ୍ରକୋପ ବଢ଼ିବ । ଅଧିକାଂଶ ସ୍ଥାନରେ ବର୍ଷା ହେବ। ବିଶେଷ କରି କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡିର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ରାୟଗଡ଼ା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ମଙ୍ଗଳବାର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ବୁଧବାରଠାରୁ ବର୍ଷା ପ୍ରକୋପ କ୍ରମଶଃ କମିବ ।

Show More

Related Articles

Back to top button