Breaking PLUSଓଡ଼ିଶାମୁଖ୍ୟ ଖବର

ମିଶନ ଶକ୍ତିକୁ ବଳ ଦେଲେ ମୁଖ୍ୟମନ୍ତ୍ରୀ, ପଢନ୍ତୁ କେତେ ଦେଲେ କୋଭିଡ୍ ପ୍ୟାକେଜ

ଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି ।

ମିଶନ ଶକ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ମିଶନ ଶକ୍ତିର ମହିଳା ମାନଙ୍କ ପାଇଁ ୪୫୩.୫୦ କୋଟି ଟଙ୍କାର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ଘୋଷଣା ଅନୁଯାୟୀ ରାଜ୍ୟର ୩୩୮ଟି ବ୍ଲକ୍‌ସ୍ତରୀୟ ମିଶନ ଶକ୍ତି ମହାସଂଘର ନିଜସ୍ବ ଘର ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୫୦ ଲକ୍ଷ ଟଙ୍କା ଲେଖାଏ ୧୬୯ କୋଟି ଟଙ୍କା ପ୍ରଦାନ କରାଯିବା ସହିତ ସେମାନଙ୍କୁ ବ୍ୟବସାୟରେ ସହାୟତା ପାଇଁ ୮୪.୫୦ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କର ଋଣ ଉପରେ ସୁଧ ଫେରସ୍ତ ପାଇଁ (Interest Subvention) ପାଇଁ ୨୦୦ କୋଟି ଟଙ୍କା ପ୍ରଦାନ କରାଯିବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମା ମାନଙ୍କର ଏକ ବିରାଟ ଅନୁଷ୍ଠାନ। ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’

କୋଭିଡ ସମୟରେ ମିଶନ ଶକ୍ତିର ମା ମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ। ବ୍ଲକ୍‌ସ୍ତରରେ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ବ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା ପର୍ଯ୍ୟାଲୋଚନା କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ମା ମାନେ କୋଭିଡ ସମୟରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଚାଳନା ଠାରୁ ଆରମ୍ଭ କରି ମାସ୍କ ତିଆରି, ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଆଦି ଅନେକ ଭଲ କାମ କରି ମିଶନ ଶକ୍ତି ଆନ୍ଦୋଳନର ସୁନାମ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଲେ, ‘ମୁଁ ସବୁବେଳେ କହି ଆସିଛି, ମା ସଶକ୍ତ ହେଲେ, ପରିବାର ସଶକ୍ତ ହେବ। ସମାଜ ସଶକ୍ତ ହେବ । ଗୋଟିଏ ଜାତି ସଶକ୍ତ ହେବ। ଇତିହାସର ଧାରା ମଧ୍ୟ ବଦଳିଯିବ ।

ମିଶନ ଶକ୍ତିର ମା ମାନଙ୍କ ସଫଳତା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଜୀବନଜୀବିକା ଠାରୁ ଆରମ୍ଭ କରି ବିଭିନ୍ନ ବିକାଶ କାମରେ ଆପଣମାନେ ସାମିଲ ହୋଇ ଭଲ କାମ କରିଛନ୍ତି। ଆଜିର ଆଲୋଚନାରେ ରାଜ୍ୟର ବିଭିନ୍ନ ଅଞ୍ଚଳର – କୋରାପୁଟର ବୋରିଗୁମା ଠାରୁ ଆରମ୍ଭ କରି କଟକର ନିଆଳୀ ପର୍ଯ୍ୟନ୍ତ, ଆମର ବ୍ଳକ୍‌ସ୍ତରୀୟ ମହାସଂଘର ମା ମାନଙ୍କର କାମ ଦେଖି ଯେ କେହି ଗର୍ବ ଅନୁଭବ କରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ସେ କହିଥିଲେ ଯେ ‘ମୋର ବିଶ୍ବାସ, ଦିନେ ଆପଣମାନଙ୍କ ଭିତରୁ ବଡ ବଡ ଉଦ୍ୟୋଗୀ ବାହାରିବେ ।

Show More

Related Articles

Back to top button