Breaking PLUSଓଡ଼ିଶା

ସୋମବାର ଖୋଲିବ ହୀରାକୁଦ ଜଳଭଣ୍ଡାର

ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ

ସୋମବାର ଖୋଲିବ ହୀରାକୁଦ ଜଳଭଣ୍ଡାର। କାଲି ଦିନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପ୍ରଥମ ଦିନରେ ୫ଟି ଗେଟ୍ ଖୋଲାଯିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ।

ତେବେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ ପରେ ଶାଖା ନଦୀ ଫୁଲି ଉଠିବାର ସମ୍ଭାବନା ରହିଛି । ତେଣୁ ସମସ୍ତଙ୍କୁ ନଦୀକୁ ଯିବାକୁ ବାରଣ କରାଯାଇଛି। ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳ ପ୍ରବେଶ ବଢୁଛି । ଏହାସହ କଲମାର ସବୁ ଗେଟ ଖୋଲା ରହିଛି । ଶାଖା ନଦୀ ଫୁଲି ଉଠିବାର ସମ୍ଭାବନା ଥିବାରୁ ନଦୀକୁ ଯିବାକୁ ବାରଣ କରାଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ଯାମ କର୍ତ୍ତୃପକ୍ଷ। ସେହିପରି ରବିବାର ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ୬୧୦.୯୩ ଫୁଟ୍‌ ଜଳସ୍ତର ରହିଛି । ସେପଟେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୭ ହଜାର ୯୫୬ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି । ଯାହାଫଳରେ ଲଗାତର ଭାବେ ଜଳଭଣ୍ଡାରରେ ଜଳସ୍ତର ବଢିବାରେ ଲାଗିଛି ।

Show More

Related Articles

Back to top button