Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ମୌସୁମୀକୁ ସକ୍ରିୟ କରିବ ଲଘୁଚାପ

ରବିବାର ଓ ସୋମବାର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ବାଂଲାଦେଶ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ଭିତରେ ଉତ୍ତର ଓଡିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ ଯୋଗୁ ମୌସୁମୀ ବର୍ଷା ସକ୍ରିୟ ହେବ । ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ବରଗଡ, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନେଇ ତଳିଆ ଅଞ୍ଚଳ ଓ ଅଣ୍ଡରପାସ୍‌ ରାସ୍ତାରେ ଜଳବନ୍ଦୀ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି ।

ତେବେ ଅଧିକ ବର୍ଷା କୃଷି କାର୍ଯ୍ୟକୁ ସୁହାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ସୋମବାର ଭଦ୍ରକ, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର ଓ ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଆଭ୍ୟନ୍ତରୀଣ ଓଡ଼ିିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୫ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ ଓ ନୟାଗଡର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୬ ତାରିଖରେ ମଧ୍ୟ କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି ।

Show More

Related Articles

Back to top button