Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ମୌସୁମୀ ଦୁର୍ବଳ, ରାଜ୍ୟରେ ଶୁଖିଲା ପାଗ

23 ପରେ ବର୍ଷା ସମ୍ଭାବନା

() ରାଜ୍ୟରେ ଏବେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି।

ଫଳରେ ରାଜ୍ୟରେ ଏବେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଅନ୍ୟପଟେ ରାଜ୍ୟରେ ଅଗଷ୍ଟ ୨୩/୨୪ ତାରିଖ ଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Show More

Related Articles

Back to top button