ଓଡ଼ିଶାପାଣିପାଗ

ତାତିରୁ ମିଳିବ ତ୍ରାହି ,ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ

ତାତିରୁ ମିଳିବ ତ୍ରାହି । ପାଗରେ ପରିବର୍ତ୍ତନ ହୋଇ ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ । ତେବେ ଆଜିଠାରୁ ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ୫ ଓ ୬ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସମ୍ଭାବନା । ୧୫ ଜିଲ୍ଲାକୁ ୟଲୋ ୱାର୍ଣିଂ । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ , ଅଗଷ୍ଟ ୫ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା, ୬ ତାରିଖ ସକାଳଠାରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁରର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସେହିପରି ୭ ତାରିଖଠାରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଧା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଦୁଇ ଦିନ ଧରି ଦିନର ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିବ।

Show More

Related Articles

Back to top button