Breaking PLUSଓଡ଼ିଶାମୁଖ୍ୟ ଖବର

ବଢିଲା ସୌରିନ ଭଟ୍ଟଙ୍କ ଅଡୁଆ

ବଲିଉଡ ତଥା ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ପାଇଁ ଅଡୁଆ ବଢିଛି । ସୌରୀନଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । ଗିରଫଦାରୀ ଏଡ଼ାଇବାକୁ ସେ ଆଗୁଆ ଜାମିନ ଆବେଦନ କରିଥିଲେ । ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ଗିରଫ ହୋଇପାରନ୍ତି ।

ଜଗତପୁର ସାଇ ବିହାରରେ ରହୁଥିବା ଜଣେ ବ୍ୟାଙ୍କ କର୍ମଚାରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ସୌରିନ ବାରମ୍ବାର ଦୁଷ୍କର୍ମ କରିବା ଓ ଟଙ୍କା ହଡ଼ପ୍ କରିବା ଭଳି ସଂଗିନ ଅଭିଯୋଗ ମହିଳା ଥାନାରେ ହୋଇଥିଲା। ପୁଲିସ ଏକ ମାମଲା ରୁଜୁ କରି ଜୁନ ୨୧ରେ କୋଲକାତା ସହରର ବାଲିଗଞ୍ଜ ଥାନା ଅଞ୍ଚଳରେ ଥିବା ସୌରିନଙ୍କ ଘରେ ଚଢ଼ଉ କରିଥିଲା।

ଜୁନ ୨୬ରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ସୌରିନ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ ଦାୟର କରିଥିଲେ। ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ପାଇବା ପରେ‌ ସୌରିନ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହୋଇଥିଲେ।

Show More

Related Articles

Back to top button