Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ବର- ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଅଙ୍ଗନବାଡ଼ି ଆଜିଠାରୁ ସକାଳୁଆ ହୋଇଛି । ସକାଳ ୭ଟାରୁ ପୂର୍ବାହ୍ଣ ୧୧ଟା ୩୦ ପର୍ଯ୍ୟନ୍ତ ବିଦ୍ୟାଳୟରେ ପାଠପଢ଼ା ହୋଇଛି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସେହିପରି ରାଜ୍ୟରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି। ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡ଼ି କେନ୍ଦ୍ର ସକାଳ ୭ଟାରୁ ୧୧.୩୦ ଯାଏ ଚାଲିବାକୁ ସମୟ ଧାର୍ଯ୍ୟ କରାଯାଇଛି। ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡ଼ି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍‌ଏସ୍‌ ପ୍ୟାକେଟ ରଖିବାକୁ ନିର୍ଦେଶ ଜାରି କରାଯାଇଛି।

Show More

Related Articles

Back to top button