ଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

କଂଗ୍ରେସ ଷ୍ଟାର ପ୍ରଚାରକ ତାଲିକାରୁ ବାଦ ପଡିଛନ୍ତି ମହମ୍ମଦ ମୋକିମ

ଭୁବନେଶ୍ୱର : ଧାମନଗର ଉପନିର୍ବାଚନ କଂଗ୍ରେସ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ଏହି ଷ୍ଟାର ପ୍ରଚାରକ ତାଲିକାରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ନାଁ ବାଦ ପଡିଥିବାରୁ ଚର୍ଚ୍ଚା ଧୋର ଧରିଛି। ଏହି ତାଲିକାରେ ପ୍ରଭାରୀ ଚେଲା କୁମାର ଓ ସହପ୍ରଭାରୀ ରୁଦ୍ର ରାଜୁ, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ୩ ଜଣ ପୂର୍ବତନ ପିସିସି ମୁଖ୍ୟ ସାମିଲ ଅଛନ୍ତି। ପୂର୍ବତନ ପିସିସି ମୁଖ୍ୟ ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନାଙ୍କ ସହ ପ୍ରସାଦ ହରିଚନ୍ଦନଙ୍କ ନାଁ ମଧ୍ୟ ରହିଛି। ସେହିପରି ବିଧାୟକ ଦଳ ନେତା ନରସିଂହ ମିଶ୍ର, କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ, ବରିଷ୍ଠ ନେତା ଭକ୍ତ ଦାସ, ସାଂସଦ ସପ୍ତଗିରି ଉଲ୍ଲାକା, ଶରତ ରାଉତ, ଜଟଣୀ ବିଧାୟକ ସୁରେଶ ରାଉତରାୟ, ତାରାପ୍ରସାଦ ବାହିନୀପତି ଓ ସନ୍ତୋଷ ସିଂ ସାଲୁଜା ରହିଛନ୍ତି। ତାଲିକାରେ ମୋଟ୍ ୮ ବିଧାୟକଙ୍କୁ ସାମିଲ କରାଯାଇଛି। ସେହିପରି ବିଜେଡି ଓ ବିଜେପି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ କରିଛନ୍ତି । ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ପ୍ରତାପ କେଶରୀ ଦେବ, ଅଶୋକ ଚନ୍ଦ୍ର ପଣ୍ଡା, ପ୍ରୀତିରଞ୍ଜନ ଘଡ଼ାଇ, ଅଶ୍ୱନୀ ପାତ୍ର ଓ ରାଜେନ୍ଦ୍ର ଢ଼ୋଲକିଆ ସାମିଲ ଥିବାବେଳେ ବିଜେଡିର ଛାତ୍ର, ଯୁବ ଓ ମହିଳା ମୋର୍ଚ୍ଚାର ମୁଖିଆ ଯଥାକ୍ରମେ ଦେବୀରଞ୍ଜନ ତ୍ରିପାଠୀ, ବ୍ୟୋମକେଶ ରାୟ ଓ ସ୍ନେହାଙ୍ଗିନୀ ଛୁରିଆଙ୍କ ନାଁ ରହିଛି । ସେହିପରି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ପ୍ରଫୁଲ୍ଲ ସାମଲ, ଶ୍ରୀମୟୀ ମିଶ୍ର, ଆକାଶ ଦାସ, ସତ୍ୟବ୍ରତ ତ୍ରିପାଠୀ, ଏଲିନା ଦାସ ଓ ଅରିନ୍ଦମ ରାୟଙ୍କ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି । ତେବେ ବ୍ରଜରାଜନଗର ଉପନିର୍ବାଚନରେ ପ୍ରଚାରକୁ ଓହ୍ଲାଇ ନଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପିପିଲି ଉପନିର୍ବାଚନ ଭଳି ଧାମନଗରରେ ଭର୍ଚୁଆଲ ପ୍ରଚାର କରିପାରନ୍ତି ବୋଲି ସୂଚନାମିଳିଛି ।

Show More

Related Articles

Back to top button