Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ପାଦେ ଆଗେଇବ ଓଡ଼ିଶା । ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ବିଏସକେୱାଇ ସ୍ମାର୍ଟ ହେଲ୍‌ଥ କାର୍ଡରେ ମାଗଣା ସ୍ୱାସ୍ଥ୍ୟସେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେଇଛନ୍ତି ଆଉ ଏକ ଯୁଗାନ୍ତକାରୀ ନିଷ୍ପତ୍ତି । ଆସନ୍ତାକାଲି ଠାରୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ଏହି ସେବାର ଶୁଭାରମ୍ଭ କରିବେ ।

ଉତ୍ତମ ସ୍ୱାସ୍ଥ୍ୟସେବା ପାଇଁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାର ରୋଗୀ ଏହି ବାୟୁ ସ୍ୱାସ୍ଥ୍ୟସେବା ପାଇବେ । ମାଲକାନଗିରି, ନବରଙ୍ଗଗପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାର ରୋଗୀଙ୍କ ପାଖରେ ହେଲିକପ୍ଟରରେ ପହଞ୍ଚିବେ ଡାକ୍ତରୀ ଟିମ୍ । ଆବଶ୍ୟକସ୍ଥଳେ ରୋଗୀଙ୍କୁ ଏୟାରଲିଫ୍ଟ ମଧ୍ୟ କରାଯାଇପାରେ । ପରବର୍ତ୍ତୀ ସମୟରେ ଅନ୍ୟ ଜିଲ୍ଲାରେ ମଧ୍ୟ ଏହି ସୁବିଧା ଉପଲବ୍ଧ ହେବ ।

ଭୌଗୋଳିକ ଭାବେ ଉପାନ୍ତ ଅଞ୍ଚଳରେ ଯୋଗାଯୋଗ ସୁବିଧା ନଥିବାରୁ ଏହା ବେଶ୍ ସହାୟକ ହେବ । ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଦ୍ୱାରା ଉପାନ୍ତ ଅଞ୍ଚଳର ଲୋକେ ସହଜରେ ଚିକିତ୍ସା ସେବା ପାଇ ପାରିବେ । ସମୟ ବଞ୍ଚିବା ସହ ଯାତାୟାତ ଯନ୍ତ୍ରଣାରୁ ରୋଗୀଙ୍କୁ ମିଳିବ ମୁକ୍ତି ।

Show More

Related Articles

Back to top button