Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
କଣ୍ଟାବାଞ୍ଜିରୁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଆସନରୁ ସେ ପ୍ରଥମଥର ଭାବେ ତାଙ୍କର ନାମାଙ୍କନ ଭରିଛନ୍ତି। ଏହି ସମୟରେ କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବଲାଙ୍ଗୀର ଏମ୍ପି ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ, ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂହଦେଓ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥିନୀ ଟୁକୁନି ସାହୁ, ବଲାଙ୍ଗୀର ବିଧାୟକ ପ୍ରାର୍ଥୀ କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।