ଓଡ଼ିଶାମୁଖ୍ୟ ଖବର

ବିଜୁ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ : ପ୍ରତିଟି ଜୀବନ ମୂଲ୍ୟବାନ, ସେ ଚାଷୀ ହେଉ କି ମୂଲିଆ ହେଉ କି ଛୋଟ ଦୋକାନୀ

ଆଜି ଦିନିକିଆ ଗଜପତି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ଗଜପତିବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ ହେଲଥ କାର୍ଡ ପ୍ରଦାନ କରିଛନ୍ତି । ତେବେ ରାଜ୍ୟର୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଏହି କାର୍ଡରେ ସୁବିଧା ପାଇବେ । ରାଜ୍ୟ ଓ ଦେଶ ବାହାରର ପ୍ରାୟ ୨୦୦ରୁ ଅଧିକ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀ । ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ଏହି କାର୍ଡରେ ମିଳିବ । ଏହି ନୂଆ ବ୍ୟବସ୍ଥାରେ ହିତାଧିକାରୀଙ୍କୁ କୌଣସି କାଗଜପତ୍ର ଦେବାକୁ ପଡିବନି । କେବଳ କାର୍ଡ ଦେଖାଇଲେ ଚିକିତ୍ସା ସୁବିଧା ପାଇପାରିବେ ହିତାଧିକାରୀ । ଦେଶର ୨୦୦ରୁ ଅଧିକ ବଡ ବଡ ହସ୍ପିଟାଲରେ ଏହି କାର୍ଡ ଜରିଆରେ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବାରେ ସାରା ଦେଶରେ ଓଡ଼ିଶା ପ୍ରଥମ । ଦେଶର ସ୍ୱାସ୍ଥ୍ୟକ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ।

ମୁଖ୍ୟମନ୍ତ୍ରୀ ଏ ବିଷୟରେ କହିଛନ୍ତି ଯେ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପରିବାରର କେହି ଅସୁସ୍ଥ ହୋଇ ରୋଗରେ ପଡିଗଲେ ଚିନ୍ତା ବଢିଯାଏ । କାରଣ ଚିକିତ୍ସା ପାଇଁ ଟଙ୍କା ଚିନ୍ତା ବଢାଇଥାଏ । ଏଥିପାଇଁ କିଏ ଜମି ବିକେ, କିଏ ପୁଣି ସୁନା ଗହଣା ବନ୍ଧା ପକାଏ । ଏପରିକି ଚିକିତ୍ସା ଖର୍ଚ୍ଚ ପାଇଁ କେହି କେହି ପିଲାଙ୍କର ପାଠପଢା ମଧ୍ୟ କରିଥାନ୍ତି । ଆଉ ଏକଥା ଜାଣିବା ପରେ ମୋତେ ବହୁତ ଦୁଃଖ ଲାଗିଲା । କିନ୍ତୁ ଏବେ ଏହି ସ୍ମାର୍ଟ କାର୍ଡ ଦୁଃଖ ଲାଘବ କରିବ । ରାଜ୍ୟବାସୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଟଙ୍କା ଖର୍ଚ୍ଚ କରୁଛନ୍ତି । ତେଣୁ ଚିକିତ୍ସା ବାବଦ ଟଙ୍କାକୁ ସଞ୍ଚୟ କରିବା ସହ ପିଲାଙ୍କ ପାଠପଢା ଓ ଘର ପିଛା ଖର୍ଚ୍ଚ କରିପାରିବେ । ମୋ ପାଇଁ ପ୍ରତି ଜୀବନ ମୂଲ୍ୟବାନ, ସେ ଚାଷୀ ହେଉ କି ମୂଲିଆ ହେଉ କି ଛୋଟ ଦୋକାନୀ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ସମସ୍ତେ ସୁସ୍ଥ ରୁହନ୍ତୁ, ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନହେଉ । ପ୍ରତି ପରିବାରର ଉନ୍ନତିରେ ରାଜ୍ୟର ଉନ୍ନତି ।

Show More

Related Articles

Back to top button