Breaking PLUSଓଡ଼ିଶାମୁଖ୍ୟ ଖବର

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର, ୯ ମାର୍ଚ୍ଚ – ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ଵର୍ଗତ ଦାସ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ଦକ୍ଷ ସଂଗଠକ ଅଭିଜ୍ଞ ପ୍ରଶାସକ ଥିଲେ ଓ ଲୋକପ୍ରିୟ ରାଜନେତା ଥିଲେ।ଓଡିଶା ସରକାର ର ମନ୍ତ୍ରୀ ଭାବରେ ସେ ଶିଳ୍ପ,ଉଚ୍ଚଶିକ୍ଷା ପରି ଗୁରୁତ୍ୱ ପୂର୍ଣ୍ଣ ବିଭାଗ ର ମନ୍ତ୍ରୀ ଭାବରେ କାର୍ଯ୍ୟ କରି ରାଜ୍ୟ ର ବିକାଶ ରେ ଉଲ୍ଲେଖନୀୟ ଯୋଗଦାନ ରଖିଯାଇଛନ୍ତି। ବିଜୁ ଜନତା ଦଳ ବାଲେଶ୍ୱର ଜିଲ୍ଲା ସଭାପତି ଭାବରେ ମଧ୍ୟ ସେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗ ରେ ରାଜ୍ୟ ଜଣେ ଅଭିଜ୍ଞ ରାଜନେତା ଙ୍କୁ ହରାଇଲା ଏବଂ ବିଜୁ ଜନତା ଦଳ ଜଣେ ନିଷ୍ଠାପର ସଂଗଠକ କୁ ହରାଇଲା ବୋଲି ଶ୍ରୀ ପଟନାୟକ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶ୍ରୀ ପଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

Show More

Related Articles

Back to top button