Breaking PLUSଓଡ଼ିଶାମୁଖ୍ୟ ଖବର
2026 ସୁଦ୍ଧା ନିପାତ ହେବ ନକ୍ସଲବାଦ

୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ନକ୍ସଲବାଦକୁ ସମ୍ପୂର୍ଣ୍ଣ ରୂପେ ନିପାତ କରାଯିବ ଏବଂ ଏଥିରେ ସିଆରପିଏଫ ଯବାନମାନେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି। ସିଆରପିଏଫର ୮୬ତମ ପ୍ରତିଷ୍ଠା ଦିବସ ଅବସରରେ ଆଜି ମଧ୍ୟପ୍ରଦେଶର ନିମୁଚଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶ୍ରୀ ଶାହା ଏହା କହିଛନ୍ତି। ଦେଶକୁ ନକ୍ସଲ ମୁକ୍ତ କରିବା ଦିଗରେ ଆମ କୋବ୍ରା ବାଟାଲିୟନର ଯବାନମାନେ ଅଭୂତପୂର୍ବ କାର୍ଯ୍ୟ କରୁଛନ୍ତି ବୋଲି ସେ କହିଛନ୍ତି। ନକ୍ସଲବାଦରୁ ସମ୍ପୂର୍ଣ୍ଣ ମୁକ୍ତି ପାଇବା ପାଇଁ ଦେଶର ସଂକଳ୍ପ ଆପଣଙ୍କ ଅଦମ୍ୟ ସାହସ ବଳରେ ପୂରଣ ହେବ ବୋଲି ସେ କହିଛନ୍ତି।