Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବର
କିଟ୍ ଘଟଣାରେ ନେପାଳ ମାନବାଧିକାର କମିଶନଙ୍କ ଚିଠି

ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନ ଚିଠି ଲେଖିଛନ୍ତି। ଭାରତୀୟ ମାନବାଧିକାର କମିଶନଙ୍କୁ ଚିଠି ଲେଖି ନ୍ୟାୟ ଦାବି କରିଛନ୍ତି। ଚିଠିରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦୁର୍ବ୍ୟବହାର ନେଇ ମଧ୍ୟ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ସହ ଭୟମୁକ୍ତ ବାତାବରଣ ସୁନିଶ୍ଚିତ କରିବା ପାଇଁ ଦାବି କରିଛନ୍ତି।