ରାଜଧାନୀ ଭୁବନେଶ୍ୱରରେ କରୋନା ମିଟର ସ୍ଥିର ରହିଛି । ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଭୁବନେଶ୍ୱରରୁ ୧୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ଆଜି ଭୁବନେଶ୍ୱରରୁ ୨୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
୧୪୯ ଜଣଙ୍କ ମଧ୍ୟରୁ ସଂଗରୋଧରୁ ୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।
କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୧୭୫୯୧ରେ ପହଞ୍ଚଛି । ଏଥିରୁ ୧୧୩୨୨୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୪୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୩୦୦ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଏବେ ବି ଆମକୁ ସତର୍କ ରହିବା ସହିତ କରୋନା ଗାଇଡଲାଇନକୁ କଡ଼ାକଡ଼ି ପାଳନ କରିବାକୁ ହେବ ।