Breaking PLUSଦେଶମୁଖ୍ୟ ଖବର

ଦେଶରେ ଚିହ୍ନଟ ହେଲେ ନୂଆ ୧୧, ୯୧୯ କରୋନା ସଂକ୍ରମିତ

୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ହେଲେ ୧୧, ୯୧୯ କରୋନା ସଂକ୍ରମିତ । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୧, ୨୪୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୮୫ ହଜାର ୧୩୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୨୮ ହଜାର ୭୬୨ ରହିଛି ।

୨୪ ଘଣ୍ଟାରେ ଦେଶରେ ୪୭୦ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୪ ହଜାର ୬୨୩ ଜଣଙ୍କର ମୃତ୍ୟୁ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୪ ପ୍ରତିଶତ ରହିଥିଲାବେଳେ ଦେର୍ନିକ ସଂକ୍ରମଣ ହାର ୦.୯୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୧୧୪. ୪୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Show More

Related Articles

Back to top button