Breaking PLUSଦେଶମୁଖ୍ୟ ଖବର

୨୪ ଘଣ୍ଟାରେ ଦେଶରେ ୬,୩୫୮ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ଆଜି କରୋନା ସଂକ୍ରମଣ ସଂଖ୍ୟା ସାଢ଼େ ୬ ହଜାରରୁ ସାମାନ୍ୟ କମ୍ ଥିବାବେଳେ ମୃତ୍ୟୁସଂଖ୍ୟା ୨ ଶହରୁ ଅଧିକ ରହିଛି ।

ଆଜି ଦେଶରେ ୬ହଜାର ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୯୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୯୯,୬୯୧ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୨୯୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୪,୮୦,୨୯୦ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬,୪୫୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୪୩,୯୪୫ ।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୫,୪୫୬ ।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୬୫୩ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୨,୪୬,୮୧,୭୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି ।

Show More

Related Articles

Back to top button