Breaking PLUSଦେଶମୁଖ୍ୟ ଖବର

ଦେଶରେ ୨୪ ଘଣ୍ଟାରେ ୭,୧୪୫ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୧୪୫ କରୋନା ଜନିତ ନୂତନ ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ଓ ୨୮୯ ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୩୩,୧୯୪ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ ହୋଇଥିବା ୨୮୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୭,୧୫୮ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮,୭୦୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୭୧,୪୭୧ । ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୪,୫୬୫ ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୬,୬୬,୦୫,୧୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୬,୨୮,୯୭,୩୮୮ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୧୨,୪୫,୪୦୨ଟି ନମୁନା ।

Show More

Related Articles

Back to top button