Breaking PLUSଦେଶମୁଖ୍ୟ ଖବର

ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୮,୩୦୯ କରୋନା ଆକ୍ରାନ୍ତ

୨୩୬ ମୃତ

ଦେଶରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଉଛି । ହେଲେ ମୃତ୍ୟୁସଂଖ୍ୟାରେ ଏଯାଏଁ ଲାଗିନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୬ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୮,୩୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୩୫ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୩୮୫୯ ସକ୍ରିୟ ମାମଲା ରହିଛି ଏବଂ ୩୪୦୦୮୧୮୩ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

https://twitter.com/ANI/status/1465164327237816327?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1465164327237816327%7Ctwgr%5E%7Ctwcon%5Es1_&ref_url=https%3A%2F%2Fm.dailyhunt.in%2Fnews%2Findia%2Foriya

Show More

Related Articles

Back to top button