Breaking PLUSଦେଶମୁଖ୍ୟ ଖବର

ଦେଶରେ ଚିହ୍ନଟ ହେଲେ ନୂଆ ୧୧,୧୦୬ କରୋନା ଆକ୍ରାନ୍ତ

ଶେଷ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୧୧,୧୦୬ କରୋନା ସଂକ୍ରମିତ । ସେହିପରି ୨୪ ଘଣ୍ଟା ମଧ୍ୟରେ ୧୨, ୭୮୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୨୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୩୮ ଲକ୍ଷ ୯୭ ହଜାର ୯୨୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ ଲକ୍ଷ ୨୬ ହଜାର ୬୨୦ ରହିଛି ।

୨୪ ଘଣ୍ଟାରେ ଦେଶରେ ୪୫୯ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୬୫ ହଜାର ୮୨ ଜଣଙ୍କର ମୃତ୍ୟୁ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୯୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୯୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୧୧୫. ୨୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Show More

Related Articles

Back to top button