Breaking PLUSଓଡ଼ିଶାମୁଖ୍ୟ ଖବର

୨୪ ଘଣ୍ଟାରେ ରାଜ୍ୟରେ ୧୨୩ କରୋନା ପଜିଟିଭ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୨୩ ଜଣ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ ୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୦ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ,ମୟୂରଭଞ୍ଜରୁ ୮ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୩ ହଜାର ୯୨୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧ ହଜାର ୫୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More

Related Articles

Back to top button