Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୫୧ ନୂତନ କରୋନା ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୫୧ ନୂତନ କରୋନା ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୦୫୦୫ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୫୧ ନୂତନ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଦା ଜିଲ୍ଲାରୁ ୬୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୧୬ଜଣ ରହିଛନ୍ତି ।

Show More

Related Articles

Back to top button