Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ତଳ ମୁହାଁ ହେଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୮୮୮୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୨ ଜଣ ରହିଛନ୍ତି ସ୍ଥାନୀୟ ସଂକ୍ରମିତ ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୦-୧୮ ବର୍ଷ ବୟସ ଭିତରେ ରହିଛନ୍ତି ୨୫ ଜଣ ।

ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୨, ବରଗଡରୁ ୧, ଭଦ୍ରକରୁ ୩, କଟକରୁ ୬, ଦେଓଗଡରୁ ୩, ଢେଙ୍କାନାଳରୁ ୪, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୮, ଝାରସୁଗୁଡାରୁ ୫, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୯୪, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୨, ନୟାଗଡରୁ ୩, ରାୟଗଡାରୁ ୧, ସମ୍ବଲପୁରରୁ ୧୬, ସୁନ୍ଦରଗଡରୁ ୧୨ ଓ ଷ୍ଟେଟ ପୁଲରୁ ୨୨ ଜଣ ରହିଛନ୍ତି ।

ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

Show More

Related Articles

Back to top button