Breaking PLUSଓଡ଼ିଶାମୁଖ୍ୟ ଖବର

ଶେଷ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୪୨ କରୋନା ସଂକ୍ରମିତ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୨୪୨ ଜଣ କରୋନା ସଂକ୍ରମିତ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍‌ ବର୍ଗର ୪୫ ଜଣ ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୪୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୦୧ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୬ ହଜାର ୫୫୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୩୫୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୫ ହଜାର ୬୧୩ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୮୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୫୦୪ ରହିଛି ।

Show More

Related Articles

Back to top button