Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ ୨୫୫ ନୂତନ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୫୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୦-୧୮ ବର୍ଷ ଭିତରେ ରହିଛନ୍ତି ୫୪ ଜଣ ସଂକ୍ରମିତ । ଏମାନଙ୍କ ମଧ୍ୟରୁ ୧୫୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୦୬ ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ଅନୁଗୁଳ ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକରୁ ୧୨ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, ମୟୂରଭଞ୍ଜରୁ ୨୨ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୪ ଜଣ, ସମ୍ୱଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୨୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ ହଜାର ୭୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ହଜାର ୧୩୯ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୧୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More

Related Articles

Back to top button