Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୭୦ କରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୭୦ କରୋନା ଆକ୍ରନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୧୦,୪୯,୮୬୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୪୯,୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨,୪୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦,୩୮,୯୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨,୩୯,୦୪,୭୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।