Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ ୪୦୦ ତଳକୁ ରହିଛି ନୂତନ କରୋନା ସଂକ୍ରମିତ ସଂଖ୍ୟା

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୧ ଜଣ

ରାଜ୍ୟରେ ଧୀରେ ଧୀରେ ତଳ ମୁହାଁ ହେଉଛି କରୋନା ସଂକ୍ରମଣ । ଆଜି ରାଜ୍ୟରେ ୪୦୦ ତଳକୁ ରହିଛି ନୂତନ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରାନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୭୭୩ ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେଣ୍ଟାଇନର ହୋଇଥିବା ବେଳେ ୧୪୪ ଲୋକାଲ କେସ୍ ରହିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟୟସ ୪୫ ଜଣ ପଜିଟିଭ୍ ରହିଛନ୍ତି ।

ନୂତନ ୩୫୧ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୧ଜଣ,କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୪୦୮୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button