Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ବର୍ତ୍ତମାନ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଏଥି ସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୪କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣକ ଢ଼େଙ୍କାନାଳ ଜିଲ୍ଲାର ୪୦ ବର୍ଷୀୟ ମହିଳା ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୫୦୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୦୭ଟି ଆକ୍ଟିଭ୍‌ କେସ ରହିଥିବା ବେଳେ ୧୦୩୯୯୨୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୨୦୮୯୧ ସାମ୍ପୁଲ ଟେଷ୍ଟ ହୋଇଛି ।

Show More

Related Articles

Back to top button