ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଚିହ୍ନଟ ହେଲେ ୬୧୫ ନୂଆ ଆକ୍ରାନ୍ତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୬୧୫ ନୂଆ କରୋନା ଆକ୍ରାନ୍ତ । ୦-୧୮ ବର୍ଷ ବୟସ ମଧ୍ୟରେ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ ସେଣ୍ଟରରୁ ୩୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକରୁ ୭ ଜଣ, ବରଗଡ଼ରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭୨ ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୨୮ଜଣ, ନୟାଗଡ଼ରୁ ୩ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୩ ହଜାର ୨୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୧୯ ହଜାର ୭୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫ ହଜାର ୨୦୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More

Related Articles

Back to top button