Breaking PLUSଦେଶମୁଖ୍ୟ ଖବର

୨୪ ଘଣ୍ଟାରେ ଦେଶରେ ୧୬,୧୫୬ ନୂତନ କରୋନା ସଂକ୍ରମିତ ଚିହ୍ନଟ, ୭୩୩ ମୃତ

ଆଜି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୭ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୫୬ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଏବଂ ୭୩୩ ଜଣଙ୍କ ମୃତ୍ୟୁ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୨,୩୧,୮୦୯ରେ ପହଞ୍ଚିଛି ।

ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୭୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୪,୫୬,୩୮୬ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୦୯୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୧୪,୪୩୪ ।

ଏହା ବ୍ୟତୀତ, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୦,୯୮୯ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୪,୦୪,୯୯,୮୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୪୯,୦୯,୨୫୪ ଡୋଜ୍‌ ଟିକା ।

Show More

Related Articles

Back to top button