Breaking PLUSଦେଶମୁଖ୍ୟ ଖବର

ଦେଶରେ ୮, ୩୦୬ ନୂତନ କରୋନା ସଂକ୍ରମିତ ଚିହ୍ନଟ

୨୧୧ ମୃତ

୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ହୋଇଛନ୍ତି ୮,୩୦୬ ନୂତନ କରୋନା ସଂକ୍ରମିତ । କେରଳରୁ ସର୍ବାଧିକ ୪,୪୫୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟା ମଧ୍ୟରେ ୮, ୮୩୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି , ଯାହା ଏକ ଆଶ୍ୱସ୍ତିକର ଖବର ।

ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୦ ଲକ୍ଷ ୬୯ ହଜାର ୬୦୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮ ହଜାର ୪୧୬ ରହିଛି ।

୨୪ ଘଣ୍ଟାରେ ଦେଶରେ ୨୧୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଦେଶରେ ମୋଟ ୪ ଲକ୍ଷ ୭୩ ହଜାର ୫୩୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୭୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୯୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୧୨୭. ୯୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

Show More

Related Articles

Back to top button