Breaking PLUSଦେଶମୁଖ୍ୟ ଖବର

ଦେଶରେ ଚିହ୍ନଟ ହେଲେ ୮,୯୫୪ ନୂତନ କରୋନା ସଂକ୍ରମିତ

୨୬୭ ମୃତ

ଆଜି ଦେଶରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮,୯୫୪ ନୂତନ ସଂକ୍ରମିତ ଏଥି ସହ ୨୬୭ ଜଣ ମୃତ୍ୟୁ ବରଣ ମଧ୍ୟ କରିଛନ୍ତି ।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୯୬,୭୭୬ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୨୬୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୪,୬୯,୨୪୭ରେ ପହଞ୍ଚିଛି ।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୨୦୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୦,୨୮,୫୦୬ ।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯୯୦୨୩ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୪,୧୦,୮୬,୮୫୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୪,୨୪,୧୨,୩୧୫ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୧୧,୦୮,୪୬୭ଟି ନମୁନା ।

Show More

Related Articles

Back to top button