Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଚିହ୍ନଟ ହେଲେ ୪୮୮ ନୂତନ କରୋନା ସଂକ୍ରମିତ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୮୮ଜଣ ନୂଆ କରୋନା ପଜିଟିଭ୍ । ସେଥିମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ, ୨୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏଥିସହିତ ଏହି ସଂକ୍ରମିତଙ୍କ ଭିତରେ ୭୭ ଜଣଙ୍କ ବୟସ ୧୮ ବର୍ଷରୁ କମ୍ ବୋଲି ମଧ୍ୟ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୦ ଜଣ ସଂକ୍ରମିତ ରହିଛନ୍ତି ।

ତେବେ ଏହି ନୂତନ କରୋନା ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦,୪୧,୪୫୭କୁ ବୃଦ୍ଧି ପାଇଥିବାବେଳେ ତା ଭିତରୁ ୧୦,୨୮,୬୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି । ତେବେ ରାଜ୍ୟରେ ଏବେ ବି ୪୩୭୪ ଜଣ ଆକ୍ରାନ୍ତ ସକ୍ରିୟ ଥିବା ସୂଚନା ରହିଛି ।

Show More

Related Articles

Back to top button