Breaking PLUSଓଡ଼ିଶାମୁଖ୍ୟ ଖବର

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୨୪୭ ଜଣ କରୋନା ପଜିଟିଭ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୨୪୭ ଜଣ କରୋନା ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୩୭ ଜଣ ରହିଛନ୍ତି । ଏହା ସହ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୫ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୪୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୫ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ ରୁ ୨୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୫୨୦୯ କୁ ବୃଦ୍ଧି ପାଇଛି ।

ଅନ୍ୟ ପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୪୫୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୩୩୯୯୧ଜଣ ସୁସ୍ଥ ହୋଇଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୫ ରେ ପହଂଚିଥିବାବେଳେ ୫୩ ଜଣ ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୨୭୯୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଗତକାଲି ସୁଦ୍ଧା ରାଜ୍ୟରେ ୨୨୭୭୮୨୩୧ ସାମ୍ପୁଲ ଟେଷ୍ଟ ହୋଇଛି ।

Show More

Related Articles

Back to top button